ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୨୪ କରୋନା ପଜିଟିଭ୍, ୧୦୩୦୫୧୮ରେ ପହଞ୍ଚିଲା ମୋଟ୍ ସଂଖ୍ୟା

Published By : Prameya-News7 Bureau | October 08, 2021 IST

ଭୁବନେଶ୍ୱର ୮।୧୦: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୦୫୧୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ୍ ରହିଛନ୍ତି ।

wp:html /wp:html wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ବର ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୦ଜଣ, କୋରପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍‌ରୁ ୫୮ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୦୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୭୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୫୧୦୩୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.