Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ରାଜଧାନୀରେ ଚିହ୍ନଟ ହେଲେ ୫୪ ସଂକ୍ରମିତ, ସୁସ୍ଥ ହୋଇ ଘରକୁ ଫେରିଲେ ୭୨

13/11/2020 at 5:10 PM

ଭୁବନେଶ୍ଵର ୧୩।୧୧: ଦୀର୍ଘ ତିନିରୁ ଚାରି ମାସ ହେବ କରୋନାର ହଟ୍‌ସ୍ପଟ୍ ପାଲଟିଥିବା ରାଜଧାନୀ ଭୁବନେଶ୍ଵରରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିଛି। କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଦିନେ ରାଜଧାନୀରୁ ଯେଉଁଠି ଶହ ଶହ ନୂତନ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ଏବେ ସେଠି ଦୈନିକ ୧୦୦ରୁ କମ୍ ଚିହ୍ନଟ ହେଉଛନ୍ତି। ଏଥିସହ ସଂକ୍ରମିତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ଅଧିକ ରହୁଛି।

ଏହି କ୍ରମରେ ଗତ ୨୪ ଘଣ୍ଟାରେ ୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ଟପିଛି। ଅପରପକ୍ଷେ ୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଭୁବନେଶ୍ଵର ମହାନଗର ନିଗମ(ବିଏମସି) ଟ୍ଵିଟ୍ କରି ଶୁକ୍ରବାର ଏହାର ସୂଚନା ଦେଇଛି।

ବିଏମସି ଅନୁଯାୟୀ ନୂତନ ଚିହ୍ନଟ ୫୪ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୭ ଠାବ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ କେସ୍ ସଂଖ୍ୟା ୩୭ ରହିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୧୯କୁ ବୃଦ୍ଧି ଘଟିଛି। ଅନ୍ୟପଟେ ସୁସ୍ଥ ସଂଖ୍ୟା ୨୯୦୭୪ରେ ପହଞ୍ଚିଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୯ରେ ପହଞ୍ଚିଛି। ସକ୍ରିୟ କେସ୍ ସଂଖ୍ୟା ୭୩୫ ରହିଛି।

   Related Posts