Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଖସୁଛି କରୋନା ଗ୍ରାଫ୍‌, ୨୪ଘଣ୍ଟାରେ ୫୪୦୪୪ ନୂଆ ସଂକ୍ରମିତ ଚିହ୍ନଟ

21/10/2020 at 10:44 AM

ନୂଆଦିଲ୍ଲୀ ୨୧।୧୦: ଦେଶରେ କରୋନା ଗ୍ରାଫ ପୂର୍ବ ତୁଳନାରେ କମିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୫୪,୦୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୪୭ ହଜାର ନୂଆ ସଂକ୍ରମିତ ତୁଳନାରେ ଆଜି ସଂଖ୍ୟା ବଢିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ଦେଶରେ ୫୪, ୦୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୧୭ଜଣଙ୍କ କୋଭିଡ଼ରେ ମୃତ୍ୟୁ ହୋଇଛି । ତେବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬,୫୧,୧୦୮ରେ ପହଞ୍ଚିସାରିଥିବା ବେଳେ ମୃତକଙ୍କ ସଂଖ୍ୟା ୧,୧୫,୯୧୫ରେ ପହଞ୍ଚିଛି। ଦେଶରେ ୭,୪୦,୦୯୦ଟି ଆକ୍ଚିଭ୍‌ କେସ୍‌ ରହିଛି ।  ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ୬୧,୭୭୫ଜଣ କରୋନା ଆକ୍ରାନ୍ତ ମେଡିକାଲକୁ ଘରକୁ ଫେରିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ୬୭,୯୫,୧୦୩ଜଣ ସୁସ୍ଥ ହୋଇସାରିଛି ।

   Related Posts