ଭୁବନେଶ୍ବରରୁ ଆଉ ୫୪୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୦

Published By : Prameya-News7 Bureau | September 02, 2020 IST

ଭୁବନେଶ୍ୱର ୧।୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫୪୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୭୩ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୦ ଜଣ ରହିଥିବା ବେଳେ ୩୨୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪ ଜଣଙ୍କର ମୃତ୍ୟୁ ହୋଇଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୭୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୮୯୧୦୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.