Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍

28/09/2021 at 9:23 AM

ଭୁବନେଶ୍ୱର ୨୮।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍‌ରୁ ୫୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୧୪୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୮୪୧୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts