ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 27, 2021 IST

ଭୁବନେଶ୍ୱର ୨୭।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୮୧୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୬ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୬୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୮୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୬୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୬୭୭୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୭୧୯୧୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.