Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

କଟକ ଆଚାର୍ଯ୍ୟ ହରିହର କ୍ୟାନସର୍ ହସ୍ପିଟାଲରୁ ଆଉ ୫୫ କରୋନା ପଜିଟିଭ୍ ଚିହ୍ନଟ, ଏସସିବିରୁ ୧୧

2/07/2020 at 9:58 PM

କଟକ, ୦୨|୦୭:  ଆଚାର୍ଯ୍ୟ ହରିହର କ୍ୟାନସର୍ ହସ୍ପିଟାଲରେ ଆଉ ୫୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ୧୮ଜଣ ହେଉଛନ୍ତି ରୋଗୀ ଓ ୩୬ ଜଣ ତାଙ୍କ ସମ୍ପର୍କୀୟ ।ଏହାସହ ଜଣେ ନର୍ସ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହପରି ଏସସିବିରୁ ମଧ୍ୟ ୧୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଚାର୍ଯ୍ୟ ହରିହର କ୍ୟାନସର୍ ହସ୍ପିଟାଲ ଲିଙ୍କରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୧ରେ ପହଁଚିଛି ।

ନୂଆକରି ଚିହ୍ନଟ ପଜିଟିଭ୍ ବାଦ୍ ଗୁରୁବାର ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts