Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍

19/10/2021 at 9:22 AM

ଭୁବନେଶ୍ୱର ୧୯।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୭ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts