Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ଗୋଟିଏ ଦିନରେ ରାଜ୍ୟରେ ସୁସ୍ଥ ରେକର୍ଡ : କରୋନାକୁ ମାତ୍ ଦେଲେ ୫୬୫ କୋଭିଡ୍-୧୯ ସଂକ୍ରମିତ, ଗଞ୍ଜାମରୁ ସର୍ବାଧିକ

10/07/2020 at 6:55 PM

ଭୁବେନଶ୍ଵର ୧୦।୦୭: ରାଜ୍ୟରେ କରୋନା ସଂକ୍ରମିତ ଅଣାୟତ୍ତ ହେବାରେ ଲାଗିଛି। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ରାଜ୍ୟରେ ସୁସ୍ଥହାର ମଧ୍ୟ ବଢି ଚାଲିଛି। ଏହି ୨୪ ଘଣ୍ଟାରେ ରାଜ୍ୟରେ ପ୍ରଥମ ଥର ଗୋଟିଏ ଦିନରେ ୫୦୦ରୁ ଉର୍ଦ୍ଧ୍ଵ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି। ଆଜି ରେକର୍ଡ ୫୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ଅଦ୍ୟାବଧି ୭୯୭୨ ଜଣ କରୋନାରୁ ଆରୋଗ୍ୟଲାଭ କରିଛନ୍ତି। ସବୁ ଦିନ ପରି ଆଜି ମଧ୍ୟ ଗଞ୍ଜାମରୁ ସର୍ବାଧିକ ୧୮୫ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍‌ ଜରିଆରେ ଏହାର ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ୭୫୫ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିଲେ।

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରୁ ରେକର୍ଡ ୫୬୫ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିରୁ ଗଞ୍ଜାମରୁ ୧୮୫ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ପରି ରାୟଗଡାରୁ ୮୫, ବଲାଙ୍ଗିରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦,  ବରଗଡରୁ ୨୪, ସୁନ୍ଦରଗଡରୁ ୨୪, ଅନୁଗୁଳରୁ ୨୩, ବାଲେଶ୍ଵରରୁ ୧୭, ଜଗତସିଂହପୁରରୁ ୧୭, ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡରୁ ୧୦ ରୋଗୀ କରୋନାକୁ ମାତ୍‌ ଦେଇ ଘରକୁ ଫେରିଛନ୍ତି।

ସେହିଭଲି ଗଜପତି, ଝାରସୁଗୁଡା ଓ ନବରଙ୍ଗପୁରରୁ ୮ ଜଣ ଲେଖାଏଁ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜରୁ ୭, ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଓ କେନ୍ଦୁଝରରୁ ୨ ଲେଖାଏଁ ଓ ବୌଦ୍ଧ, କନ୍ଧମାଳ ଓ ସମ୍ଵଲପରୁରୁ ଜଣେ ଲେଖାଏଁ ସଂକ୍ରମିତ ଆରୋଗ୍ୟଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୫୫ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୧୯୫୬ରେ ପହଞ୍ଚିଛି। ଅଦ୍ୟାବଧି ୭୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ଭଳି ଆଜି ଏହି ମହାମାରୀରେ ୪ ଜଣଙ୍କ ପ୍ରାଣହାନୀ ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬ରେ ରେ ପହଞ୍ଚିଛି।

   Related Posts