Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୫୬୬ ଆକ୍ରାନ୍ତ ଚିହ୍ନଟ, ୧୨୩୧ ସୁସ୍ଥ

6/06/2021 at 6:54 PM

ଭୁବନେଶ୍ବର ୦୬/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୫୬୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୪୫୪ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୦,୪୮୫। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୧,୩୧୩ ଜଣ ସୁସ୍ଥ ହୋଇସାରିଛନ୍ତି । ୩୫୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ହଜାର ୭୯୬ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୨୩୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts