ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୫୬୮ ଆକ୍ରାନ୍ତ ଚିହ୍ନଟ, ୧୧୩୫ ସୁସ୍ଥ

Published By : Prameya-News7 Bureau | June 10, 2021 IST

ଭୁବନେଶ୍ବର ୧୦/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୫୬୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୦୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୪୬୮ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୨, ୬୮୫। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୬, ୨୩୮ ଜଣ ସୁସ୍ଥ ହୋଇସାରିଛନ୍ତି । ୩୬୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ହଜାର ୫୭ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୧୩୫ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

wp:embed {"url":"https://twitter.com/bmcbbsr/status/1402970250908295170","type":"rich","providerNameSlug":"twitter","responsive":true}
https://twitter.com/bmcbbsr/status/1402970250908295170
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.