୫ଶହ ଟପିଲା ଦୈନିକ ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୩ କୋଭିଡ୍ ପଜିଟିଭ୍, ୩୪୩୨୬୮ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | April 05, 2021 IST

ଭୁବନେଶ୍ବର ୦୫।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୩୨୬୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୮ଜଣ, ଦେଓଗଡ଼ ଜିଲ୍ଲରାୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୮ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୬୦ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୩୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.