Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୫୮ ଜଣଙ୍କ ଜୀବନ

10/07/2021 at 8:52 AM

ଭୁବନେଶ୍ୱର ୧୦।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୩୩୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ଜଣ ରହିଥିବା ବେଳେ ବରଗଡ଼, ପୁରୀ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୩୪ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୪୧୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts