ସାମାନ୍ୟ କମିଲା ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୫୮ ଜଣଙ୍କ ଜୀବନ

Published By : Prameya-News7 Bureau | July 19, 2021 IST

ଭୁବନେଶ୍ୱର ୧୯।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":482698,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର , କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୫୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୩୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୦୪୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୧୧୬ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୧୩୫୮୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.