Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍

16/09/2021 at 9:23 AM

ଭୁବନେଶ୍ୱର ୧୬।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୮୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୫୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୨୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୬୬୦୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts