ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୮୮ କୋଭିଡ୍ ପଜିଟିଭ୍, ୩୪୩୮୫୬ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | April 06, 2021 IST

ଭୁବନେଶ୍ବର ୦୬।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୩୮୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲରାୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬୪ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୫ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୩୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୭୩୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୧୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୧୩୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.