Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଖସୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୫୮୯୬ କରୋନା ସଂକ୍ରମିତ

8/06/2021 at 8:23 AM

ଭୁବନେଶ୍ୱର ୦୮।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୫୧୧୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୩୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୭୩ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୩୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୭୩ଜଣ, କଟକ ଜିଲ୍ଲାରୁ ୩୪୯ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦୬ଜଣ, ଗଜପତି ଜିଲ୍ଲାରୁ ୪୪ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫୩ଜଣ, କନ୍ଧମାଳ ଜିଲ୍ଲାରୁ ୬୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫୩ଜଣ, କୋରାପୁଟ ଜିଲ୍ଲାରୁ ୧୨୯ଜଣ, ମାଲକାନଗିରି ଜିଲ୍ଲାରୁ ୧୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭୪ଜଣ, ନୟାଗଡ଼ ଜିଲ୍ଲାରୁ ୧୭୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୭ଜଣ, ପୁରୀ ଜିଲ୍ଲାରୁ ୨୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୬ଜଣ, ସମ୍ବଲପୁର ଜିଲ୍ଲାରୁ ୯୨ଜଣ, ସୋନପୁର ଜିଲ୍ଲାରୁ ୭୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୫୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୭୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୩୧୯୧୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts