ସର୍ବାଧିକ, ରାଜ୍ୟରେ କରୋନା ନେଲା ୫୯ ଜଣଙ୍କ ଜୀବନ

Published By : Prameya-News7 Bureau | July 07, 2021 IST

ଭୁବନେଶ୍ୱର ୦୬।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":476772,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼,ଗଞ୍ଜାମ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି କଟକ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ , ଜଗତସିଂହପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୯୭୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୦୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୭୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩୫୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୨୬୩୧୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.