ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 27, 2020 IST

ଭୁବନେଶ୍ବର ୨୭।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୭୨୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୨ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୫ଜଣ, ଦେଓଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୦ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୫ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୮୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୭୭୭୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.