Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

୫ଟି ଉପକ୍ରମରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍କୁଲ ରୂପାନ୍ତରିତ : ଭିଡିଓ କନଫରେନ୍ସିଂରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

14/11/2021 at 7:24 PM

ପାଟଣା, ୧୪/୧୧  ଶିଶୁ ଦିବସ ଅବସରରେ ୫ଟି ଉପକ୍ରମରେ  କେନ୍ଦୁଝର ଜିଲ୍ଲାର ବିଭିନ୍ନ ହାଇସ୍କୁଲ ରୂପାନ୍ତରିତ ହୋଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି।

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକରେ ୬ଟି ଓ ସାହାରପଡା ବ୍ଲକର ୭ ଟି ହାଇସ୍କୁଲ ଗୁଡିକୁ ୫ଟି ଉପକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି । ସ୍କୁଲ ପରିସର ଓ ଶ୍ରେଣୀ ଗୃହ ଗୁଡିକୁ ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ଆକର୍ଷଣୀୟ  କରାଯାଇଛି। ଏଥି ସହ ବିଦ୍ୟାଳୟ ପରିସରରେ ଥିବା ଖେଳ ପଡ଼ିଆ,ଓ  ଉଦ୍ୟାନକୁ ରବିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିଛନ୍ତି।

ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ପାଟଣା ଓ ସାହାରପଡା ବ୍ଲକର ୧୩ଟି ହାଇସ୍କୁଲର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ୱାଗତ କରାଯାଇଥିଲା । ଏହାସହ ସରକାରଙ୍କ ଏପରି ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ଧନ୍ୟବାଦ ଜଣାଇଛନ୍ତି ।

   Related Posts