Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା

13/04/2021 at 8:49 AM

ବାଲେଶ୍ୱର, ୧୩।୦୪: ମଙ୍ଗଳବାର ସକାଳେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତ କରିଛନ୍ତି। ସଚିବମାନେ ସକାଳ ୭ଟା ୪୦ମିନିଟ ସମୟରେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରର ପୋଲିସ ପରେଡ୍‌ ପଡ଼ିଆରେ ଓହ୍ଲାଇଥିଲେ।

୩ ସଚିବଙ୍କୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ା ସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଥିଲେ। ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିଥିଲେ।

 ଏହାପରେ  ବାଲେଶ୍ବର ସହର ଏବଂ ଏହାର ଆଖପାଖ ଅଂଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିବେ ୫ଟି ସଚିବ।ଏହାସହ  ୯ଟା ୧୫ ମିନିଟରେ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସମ୍ବୋଧିତ କରିବେ। ଏହାପରେ ୯ଟା ୪୫ରେ ପୁଣି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି।

   Related Posts