Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

କନ୍ଧମାଳ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ୫-ଟି ସଚିବ

2/04/2021 at 4:58 PM

ଫୁଲବାଣୀ ୨।୪: ଦିନିକିଆ କନ୍ଧମାଳ ଗସ୍ତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ । ସକାଳ ୧୧ଟା ବେଳେ ହେଲିକାପ୍ଟର ଯୋଗେ ଆସି ଗୁଦାରୀ  ସ୍ଥିତ ଏରୋଡ୍ରମ ପଡିଆରେ ଓହ୍ଲାଇଥିଲେ । ସେଠାରେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫-ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ଲୋକେ ତାର ସୁଫଳ ପାଉଛନ୍ତି କି ନାହିଁ ସେସବୁ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ସଚିବ ଓ ମୁଖ୍ୟ ଶାସନ ସଚିବ ।

ଦିନ ୧୨ଟାରେ ଫୁଲବାଣୀ ନିକଟ କଲାଡିଠାରେ ପ୍ରତିଷ୍ଠା ହେବାକୁ ଥିବା କନ୍ଧମାଳ ମେଡିକାଲ କଲେଜ ପାଇଁ ଚିହ୍ନଟ ସ୍ଥାନ ବୁଲି ଦେଖି ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ । ମେଡିକାଲ କଲେଜର ଡିଜାଇନ ଦେଖିଥିଲେ ।

ସେହିପରି ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେବାକୁ ଥିବା ସ୍କାର୍ଟ ସ୍କୁଲ ଅନ୍ତର୍ଭୁକ୍ତ ଫୁଲବାଣୀ ସହରର ସର୍ବପୁରାତନ ଏଜେ ଓ ହାଇସ୍କୁଲ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଆଦିକୁ ଯାଇ ସେଠାକାର ଶିକ୍ଷାବ୍ୟବସ୍ଥା, ଭିତ୍ତିଭୂମୀ ଓ ପରିବେଶ ଆଦି ବୁଲି ଦେଖିଥିଲେ । ସେହିପରି ସ୍କୁଲର ଛାତ୍ରଛାତ୍ରୀଙ୍କ ସହ ମଧ୍ୟ ଆଲୋଚନା କରି ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ ୫-ଟି ସଚିବ ଭି.କେ. ପାଣ୍ଡିଆନ ।

୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର ପ୍ରମୁଖ ବିଦ୍ୟାଳୟରେ ପହଞ୍ଚିବା ପରେ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଆଲୁମିନି କମିଟି ସଦସ୍ୟମାନେ ଉପସ୍ଥିତ ରହି କୋଭିଡ଼ ୧୯ ଗାଇଡ୍ ଲାଇନ୍ ମାନି ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

ସେହିପରି ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ର, ସ୍ଵାସ୍ଥ୍ୟ ସଚିବ, ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଓ ଅନ୍ୟ ବରିଷ୍ଟ ଅଧିକାରୀମାନେ ମଧ୍ୟ କନ୍ଧମାଳ ଗସ୍ତରେ  ଆସିଥିଲେ।

କନ୍ଧମାଳ ଜିଲ୍ଲାପାଳ ଡା. ବୃନ୍ଦା ଡି, ଏସପି ଭୀନିତ ଅଗ୍ରୱାଲ, ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏ ବିଶ୍ଵରଞ୍ଜନ ନାଏକ, ଉପଜିଲ୍ଲାପାଳ ଦେବେନ୍ଦ୍ର କୁମାର ନନ୍ଦ, ବିଡିଓ ଫୁଲବାଣୀ । ଶାନ୍ତନୁ କୁମାର ନାଏକ, ପ୍ରମୁଖ ଉପସ୍ଥିତ ଥିଲେ।

   Related Posts