Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

ମୁମ୍ବାଇରେ ଫୁଟ୍ ଓଭରବ୍ରିଜ୍ ଭୁଶୁଡ଼ିବା ଘଟଣା : ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ରେଲୱେ ଓ ବିଏମ୍‌ସି ଅଧିକାରୀଙ୍କ ନାଁରେ ମାମଲା ରୁଜୁ

15/03/2019 at 2:59 PM

ମୁମ୍ବାଇ ୧୫|୩ : ମୁମ୍ବାଇର ଛତ୍ରପତି ଶିବାଜୀ ଟର୍ମିନସ ରେଳ ଷ୍ଟେସନ ନିକଟରେ ଫୁଟ୍ ଓଭର ବ୍ରିଜ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଜଣେ ଗୁରୁତର ଏବେ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ ଅନ୍ୟମାନେ  ଅପୂର୍ବ ପ୍ରଭୁ , ରଂଜନା ଥାମ୍ବେ, ଜାହୀଦ ଶିରାଜ ଖାନ, ସାରିକା କୁଲକର୍ଣ୍ଣି , ତପେନ୍ଦ୍ର ସିଂହଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଏବଂ ଅନ୍ୟ ଜଣଙ୍କର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ହସ୍ପିଟାଲ ଯାଇ ଆହତମାନଙ୍କୁ ଭେଟିଛନ୍ତି। ଆଜି ସଂଧ୍ୟା ସୁଦ୍ଧା ଏହି ଦୁର୍ଘଟଣା ପାଇଁ କିଏ ଦାୟୀ ତାହା ସ୍ଥିର କରାଯିବ।

ଏହାପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ସମେତ ପ୍ରଧାନମନ୍ତ୍ରୀ ଗୃହମନ୍ତ୍ରୀ ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି । ପ୍ରତି ମୃତକଙ୍କ ପିଛା ୫ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍। ସେପଟେ ଏକ ଉଚ୍ଚ ସ୍ତରୀୟ କମିଟି ଘଟଣାର ତଦନ୍ତ ଆରମ୍ଭ କରିଦେଇଥିବେଳେ ପ୍ରାଥମିକ ପର୍ଯ୍ୟାୟରେ ସେଣ୍ଟ୍ରାଲ ରେଲୱେ ଓ ମୁମ୍ବାଇ ମହାନଗର ନିଗମର ବିଭାଗୀୟ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଧାରା ୩୦୪ଏ ଆଧାରରେ ଆଜାଦ ମୈଦାନ ଥାନାରେ ମାମଲା ରୁଜୁ ହୋଇଛି। ମୁମ୍ବାଇର ସବୁଠାରୁ ଜନଗହଳିପୂର୍ଣ୍ଣ ଏହି ଷ୍ଟେସନ୍ ରେ ବ୍ରିଜ୍ ର କ୍ଷମତାଠାରୁ ଅଧିକ ଲୋକ ଏହି ସମୟରେ ଏକାଠି ବ୍ରିଜ୍ ଉପରେ ଯିବାରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

   Related Posts