Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ରାଜ୍ୟରେ ଶହେ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ

21/07/2020 at 10:23 AM

ଭୁବନେଶ୍ୱର ୨୧।୭: ଓଡିଶାରେ ଅଣାୟତ୍ତ ହେଉଛି କରୋନା । ଆଜି ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଟ୍ବିଟ୍ ଅନୁଯାୟୀ ୬ ମୃତକ ଯଥାକ୍ରମେ କେନ୍ଦ୍ରାପଡା, କଟକ, ଗଜପତି, ଜଗତସିଂହପୁର, ଖୋର୍ଦ୍ଧା ଏବଂ ରାୟଗଡା ଜିଲ୍ଲାର । କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ଇଣ୍ଟ୍ରା-କ୍ରାନିଆଲ୍ ରକ୍ତସ୍ରାବରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୨୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।
ଜଗତସିଂହପୁର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଫୁସଫୁସ କର୍କଟରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ ବ୍ରୋଙ୍କାଇକ୍ଟାସିସ୍ ରୋଗରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

ସେହିଭଳି ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ଉଭୟଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଓଭାରି, ହାଇପରକାଲେମିଆ ଏବଂ ଆକ୍ୟୁଟ୍ କିଡନୀ ଆଘାତ କାରଣରୁ ସୁନ୍ଦରଗଡ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଫୁସଫୁସ କର୍କଟ ହେତୁ ପୁରୀ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୧୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts