କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

Published By : Prameya-News7 Bureau | November 27, 2020 IST

ରାଜକୋଟ ୨୭।୧୧: ଗୁଜରାଟ ରାଜକୋଟରେ ଥିବା ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ ରାଜକୋଟ ସ୍ଥିତ ଉଦୟ ଶିବାନନ୍ଦ ହସ୍ପିଟାଲରେ ନିଆଁ ଲାଗିଯାଇଥିଲା । ହସ୍ପିଟାଲର ଆଇସିୟୁ ୟୁନିଟ୍ ରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଆଇସିୟୁରେ ୧୧ ଜଣ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ହସ୍ପିଟାଲରେ ମୋଟ୍ ୩୩ ଜଣ ସଂକ୍ରମିତଙ୍କ ଚିକିତ୍ସା ଚାଲିଥିଲା । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି ।

ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ମ୍ୟୁନିସିପାଲିଟି କମିଶନରଙ୍କ ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ  ଘଟଣା ସଂପର୍କରେ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.