Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଅଣାୟତ୍ତ କରୋନା, ଗତ ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୧୧୬ ପଜିଟିଭ୍

25/04/2021 at 9:00 AM

ଭୁବନେଶ୍ବର ୨୫।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୨, ବରଗଡ଼ ଜିଲ୍ଲାରୁ ୨୬୨ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮୯ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୩୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୩୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨୧ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୮୦ଜଣ, ସୋନପୁର ଜିଲ୍ଲାରୁ ୮ଜମ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୭୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୯୪୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୭୮୨୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts