Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଖସୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୧୧୮ କରୋନା ସଂକ୍ରମିତ

7/06/2021 at 8:21 AM

ଭୁବନେଶ୍ୱର ୦୭।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୯୨୧୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୫୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୬୫ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୫ଜଣ, ବରଗଡ଼ ଜିଲ୍ଲାରୁ ୧୬୪ଜଣ, ଭଦ୍ରକ ଜିଲ୍ଲାରୁ ୨୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୩ଜଣ, ବୌଦ୍ଧ ଜିଲ୍ଲାରୁ ୧୧୨ଜଣ, କଟକ ଜିଲ୍ଲାରୁ ୬୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୩ଜଣ, ଗଜପତି ଜିଲ୍ଲାରୁ ୩୦ଜଣ, ଗଞ୍ଜାମ ଜିଲ୍ଲାରୁ ୯୩ଜଣ, ଜଗତସିଂହପୁର ଜିଲ୍ଲରାୁ ୨୧୮ଜଣ, ଯାଜପୁର ଜିଲ୍ଲାରୁ ୫୬୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୬ଜଣ, କଳାହାଣ୍ଡି ଜିଲ୍ଲାରୁ ୮୦ଜଣ, କନ୍ଧମାଳ ଜିଲ୍ଲାରୁ ୧୪୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୫ଜଣ, କୋରାପୁଟ ଜିଲ୍ଲାରୁ ୧୮୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬୬ଜଣ, ନୟାଗଡ଼ ଜିଲ୍ଲାରୁ ୧୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୩୯୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୩ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୭୫୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts