Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

କରୋନା କାଳରେ ଆଶ୍ଵସ୍ତିକର ଖବର: ୧୦ ହଜାର ଟପିଲା ସୁସ୍ଥ ସଂଖ୍ୟା, ଆଜି ଆରୋଗ୍ୟ ହେଲେ ରେକର୍ଡ ୬୧୨ ସଂକ୍ରମିତ

15/07/2020 at 4:59 PM

ଭୁବନେଶ୍ଵର ୧୫।୦୭: ରାଜ୍ୟରେ ଲଗାମହୀନ ହୋଇ ପଡିଛି କରୋନା ସଂକ୍ରମଣ। ବିନା ବ୍ରେକରେ ହୁ ହୁ ହୋଇ ମାଡି ଚାଲିଛି ମାରାତ୍ମକ ମହାମାରୀ କୋଭିଡ-୧୯। ଜୁନ ମାସରେ ସଂକ୍ରମଣ ବଢିଥିବା ବେଳେ ଏବେ ପ୍ରତିଦିନ କରୋନା ମୁଣ୍ଡ ନେଉଛି। ସଂପ୍ରତି ଦିନକୁ ୫ ଶହରୁ ଉର୍ଦ୍ଧ୍ଵ ନୂତନ କରୋନା ରୋଗୀ ଚିହ୍ନଟ ହେଉଛନ୍ତି।  ଏହି ସଂକ୍ରମଣ ମଧ୍ୟରେ ଆସିଛି ବଡ ଆଶ୍ଵସ୍ତିକର ଖବର। ରାଜ୍ୟରେ କରୋନା ସଂକ୍ରମିତଙ୍କ ଆରୋଗ୍ୟ ସଂଖ୍ୟା ୧୦ ହଜାର ଟପିଛି। ଆଜି ରେକର୍ଡ ସଂଖ୍ୟକ ୬୧୨ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଫଳରେ ରାଜ୍ୟରେ ଅଦ୍ୟାବଧି ମୋଟ୍ କରୋନାରୁ ଆରୋଗ୍ୟଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୧୦,୪୭୬ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ କରି ଏହାର ସୂଚନା ଦିଆଯାଇଛି। ଅପରପକ୍ଷେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୮ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅନୁଯାୟୀ ଗଞ୍ଜାମରୁ ସର୍ବାଧିକ ୨୭୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହି ପରି ସୁନ୍ଦରଗଡରୁ ୮୪, କେନ୍ଦୁଝରରୁ ୪୮, ଗଜପତିରୁ ୩୫, ବାଲେଶ୍ଵରରୁ ୩୧, ଖୋର୍ଦ୍ଧାରୁ ୨୮, ନୟାଗଡରୁ ୨୫, ଯାଜପୁରରୁ ୨୦, ମୟୂରଭଞ୍ଜରୁ ୧୫ ରୋଗୀ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ସେହିଭଳି କଟକରୁ ୧୦, କୋରାପୁଟରୁ ୧୦, ଜଗତସିଂହପୁରରୁ ୧୦, ବରଗଡରୁ ୬, ପୁରୀରୁ ୬, ବଲାଙ୍ଗିରରୁ ୫, କେନ୍ଦ୍ରାପଡାରୁ ୩, କଳାହାଣ୍ଡି ଓ କନ୍ଧମାଳରୁ ୨ଟି ଲେଖାଏଁ ଏବଂ ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରୋଗୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୮ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୪୮୯୮ରେ ପହଞ୍ଚିଛି। ଆଜିର ୬୧୨ ଜଣଙ୍କୁ ମିଶାଇ ଅଦ୍ୟାବଧି ୧୦୪୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ଭଳି ଆଜି ଏହି ମହାମାରୀରେ ଆଉ ୩ ଜଣଙ୍କ ପ୍ରାଣହାନୀ ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ଘଟିଛି।

   Related Posts