Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୮ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୯୮ କୁ ବୃଦ୍ଧି

15/07/2020 at 9:58 AM

ଭୁବନେଶ୍ୱର ୧୫।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ୬୧୮ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ , ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୬ଜଣ, ଗଜତସିହଂପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫ଜଣ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୯୩୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୫୩୮୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts