Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୬୨ କରୋନା ଆକ୍ରାନ୍ତ

23/05/2020 at 4:09 PM

ଭୁବନେଶ୍ୱର, ୨୩|୦୫: ରାଜ୍ୟ ପାଇଁ ଖୁସି ଖବର । ଆଉ ୬୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୪୯୭  ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମର ୪୧ ଜଣ ଥିବା ବେଳେ ବାଲେଶ୍ୱରର ୧୫, ରାଉରକେଲାର ୨ ଓ ଭଦ୍ରକ, ଯାଜପୁର, ମୟୂରଭଞ୍ଜର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ମହାରାଷ୍ଟ୍ରର ଜଣେ ଆକ୍ରାନ୍ତ ମଧ୍ୟ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଶନିବାର ୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଛି । ତେବେ ସମସ୍ତ ୮୦ ସଂକ୍ରମିତଙ୍କ ତଥ୍ୟ ଆସିଛି ।

ଚିହ୍ନଟ ହୋଇଥିବା ୮୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୪ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

   Related Posts