Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୨୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଟଙ୍କା ଦେବାକୁ ମନା କରିବାରୁ ରକ୍ତ ସମ୍ପର୍କ ଭୁଲିଗଲା ମଦ୍ୟପ ପୁଅ, କଟୁରୀରେ ବାପାକୁ ହାଣିଦେଲା
  • ||
  • ନୟାଗଡ : ଲୁଟ୍ ଉଦ୍ୟମ ବେଳେ ଗାଁ ଲୋକଙ୍କ ମାଡରେ ଲୁଟେରା ମୃତ
  • ||
  • ଧର୍ମଗଡ : ରୋଷେଇ ଗ୍ୟାସ୍‌ରୁ ଲାଗିଲା ନିଆଁ, ଯୁବତୀ ଜୀବନ୍ତ ଦଗ୍ଧ
  • ||
  • ଭୁବନେଶ୍ବର : କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ହୁତୁହୁତୁ ହୋଇ ଜଳୁଛି ସଂରକ୍ଷିତ ଜଙ୍ଗଲ, ଗାଁ ମୁହାଁ ବନ୍ୟଜନ୍ତୁ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୨କୋଭିଡ୍ ପଜିଟିଭ୍, ୩୩୬୭୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

23/02/2021 at 12:08 PM

ଭୁବନେଶ୍ବର ୨୩।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୨୦୭୩୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts