Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍

23/04/2021 at 8:23 AM

ଭୁବନେଶ୍ବର ୨୩।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଅନୁଗୋଳରୁ ୧୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୯, ବରଗଡରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗୀରରୁ ୨୧୧, ବୌଦ୍ଧରୁ ୨୦, କଟକରୁ ୩୮୩, ଦେବଗଡରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡାରୁ ୨୬୧, କଳାହାଣ୍ଡିରୁ ୬୮୨, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୪୧, କେନ୍ଦୁଝରରୁ ୧୫୭, ଖୋର୍ଧାରୁ ୯୫୦, କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୂରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡରୁ ୮୨, ନୂଆପଡାରୁ ୪୪୬, ପୁରୀରୁ ୩୦୬, ରାୟଗଡାରୁ ୭୦, ସମ୍ବଲପୁରରୁ ୨୬୩, ସୋନପୁରରୁ ୬୫ ଓ ସୁନ୍ଦରଗଡରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୪୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୯୩୪୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts