ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୩ ଜଣଙ୍କ ଜୀବନ

Published By : Prameya-News7 Bureau | July 12, 2021 IST

ଭୁବନେଶ୍ୱର ୧୨।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":479171,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର , ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଗଜପତି, କନ୍ଧମାଳ ଜିଲ୍ଲାରୁ ଜ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୧୭୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୨୪୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୬୬୨ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୬୪୧୨୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.