Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର

30/07/2021 at 12:29 PM

ଭୁବନେଶ୍ବର ୩୦।୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍ କରାଯାଇଛି । ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ଏହା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡିକ ମଧ୍ୟ ପୂରଣ ହୋଇପାରିବ।

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ  ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪କୁ ପଦୋନ୍ନତି ପାଇବେ ।  ଏହାସହିତ ଲେଭେଲ IV ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ ।  ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ  ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

   Related Posts