ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 24, 2020 IST

ଭୁବନେଶ୍ବର ୨୪।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୫୨୭୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୨ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୬୯ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୪୨୪୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.