Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ରାଜ୍ୟରେ ଚିହ୍ନଟ ହେଲେ ୬୪୪ କରୋନା ସଂକ୍ରମିତ, ୩୧୦୦୫୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

17/11/2020 at 11:07 AM

ଭୁବନେଶ୍ବର ୧୬।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୦୦୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧି ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଝଣ, ଜଗତସିଂହପୁର ଜିଲ୍ଲାରୁ ୨୭ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୧୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୯୧୫୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୩୩୦୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts