ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

Published By : Prameya-News7 Bureau | July 14, 2021 IST

ଭୁବନେଶ୍ୱର ୧୩।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":480274,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୫୭୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୮୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.