Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

29/07/2021 at 8:45 AM

ଭୁବନେଶ୍ୱର ୨୯।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୪୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୧୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts