Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||

କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ, ୬୫ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା କଲେ ଉପଜିଲ୍ଲାପାଳ

21/06/2020 at 10:03 AM

ପଦ୍ମପୁର ୨୧।୦୬: ସହରରୁ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ ଗ୍ରହଣ କରାଯାଇଛି। ପଦ୍ମପୁର ସହରକୁ  ୬୫ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ପଦ୍ମପୁର ସହରକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଉପଜିଲ୍ଲାପାଳ ।

ସୂଚନାଯୋଗ୍ୟ ଯେ, ପଦ୍ମପୁର ସହରରେ ପୁଣି ଦୁଇ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାପରେ  ପଦ୍ମପୁର ସହରକୁ   ୨୧ତାରିଖ ଅପରାହ୍ନ ୧ଟାରୁ ୨୪ତାରିଖ ସକାଳ ୬ ଘଣ୍ଟା ପର୍ଯ୍ୟନ୍ତ ଅର୍ଥାତ ୬୫ ଘଣ୍ଟା ପାଇଁ  ସଟ୍‌ଡାଉନ୍‌ ଘୋଷଣା କରାଯାଇଛି ।  ଉପଜିଲ୍ଲାପାଳ ପଦ୍ମପୁର ସହରକୁ ସଟଡାଉନ ଘୋଷଣା କରିଛନ୍ତି  । ଆଜି ଚିହ୍ନଟ ହୋଇଥିବା କରୋନା ରୋଗୀ ନିଜ ଘରେ ସଙ୍ଘରୋଧରେ ଥିବା କାରଣରୁ ସମ୍ପୄକ୍ତ ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଭାବରେ ଘୋଷଣା କରିଛନ୍ତି ।

ଗତ ୧୪ ତାରିଖ ଦିନ ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ  ପଦ୍ମପୁର ସହରରେ ତିନିଜଣ ରୋଗୀ ଚିହ୍ନଟ ହୋଇସାରିଲେଣି । ସହରରେ କିପରି ସଂକ୍ରମଣ ନବ୍ୟାପିବ ସେଥିଲାଗି ଏ ନିଷ୍ପତ୍ତି ନିଆଯାଇଛି । ତେବେ ଏହି ସମୟରେ ସମସ୍ତଙ୍କୁ ନିୟମ ମାନିବାକୁ ପଡିବ । ଯଦି କେହି ଅମାନିଆ ହେବେ , ତେବେ ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

   Related Posts