Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

କଟକ ସହରରୁ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୬

27/07/2020 at 6:21 PM

କଟକ, ୨୭|୦୭ :   କଟକ ସହରରେ ଗତ ୨୪ ଘଣ୍ଟା ମଧ୍ୟରେ ଆହୁରି ୬୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୫୯ଟି କ୍ୱାରେଣ୍ଟାଇନ କେସ୍ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୭ଜଣ ସରକାରୀ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫୦ ଜଣ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ । ସେହିପରି ୨ଜଣ ପେଡ୍ କ୍ୱାରେଣ୍ଟାଇନରେ ରହିଥିଲେ ।

ତେବେ ସ୍ଥାନୀୟ ସଂକ୍ରମିତମାନେ ହେଲେ, ୨୭ ବର୍ଷୀୟା ମହିଳା(କୋଭିଡ ଯୋଦ୍ଧା), ମୁଗଭଙ୍ଗାର ୨୭ ବର୍ଷୀୟ ଯୁବକ, ନୂଆବଜାରର ୪୫ ବର୍ଷୀୟା ମହିଳା, ହାଇକୋର୍ଟ ଛକର ୩୬ ବର୍ଷୀୟ ବ୍ୟକ୍ତି,  ବକ୍ସି ବଜାରର ୩୦ ବର୍ଷୀୟା ଯୁବତୀ, ଖତବୀନ ସାହିର ୪୯ ବର୍ଷୀୟା ମହିଳା ।

ସୂଚନାଯୋଗ୍ୟ, ଏବେସୁଦ୍ଧା କଟକ ସହରରେ ୭୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୯ ଜଣ ପ୍ରାଣ ହରାଇଥିବା ବେଳେ ୪୨୩ଟି ସକ୍ରିୟ କେସ୍ ରହିଛି ।

   Related Posts