Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ଆସାମ ଗୌହାଟୀରେ ୬୫ତମ ଚଳଚ୍ଚିତ୍ର ଉତ୍ସବ : ରଣବୀର ସିଂ ଓ ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତା ଓ ଅଭିନେତ୍ରୀ ସମ୍ମାନ

16/02/2020 at 8:05 AM

ଗୌହାଟୀ ୧୬/୨: ୬୫ତମ ‘ଆମାଜନ୍  ଫିଲ୍ମ ଫେୟାର ଆୱାର୍ଡ-୨୦୨୦’ ଘୋଷିତ ହୋଇଛି। ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଆଲିୟା ଭଟ୍ଟ (ଚଳଚ୍ଚିତ୍ର: ଗଲି ବଏ) ପୁରସ୍କୃତ ହୋଇଥିବାବେଳେ ଶ୍ରେଷ୍ଠ ଅଭିନେତା ଭାବେ ରଣବୀର ସିଂହ (ଚଳଚ୍ଚିତ୍ର: ଗଲି ବଏ) ପୁରସ୍କୃତ ହୋଇଛନ୍ତି।

ସେହିଭଳି ଆୟୁଷ୍ମାନ ଖୁରାନା ଶ୍ରେଷ୍ଠ ଅଭିନେତା କ୍ରିଟିକ୍  ପୁରସ୍କାର (ଆର୍ଟିକଲ ୧୫) ପାଇଥିବା ବେଳେ ଭୂମି ପେଦନେକର ଏବଂ ତାପସୀ ପନ୍ନୁ ଶ୍ରେଷ୍ଠ ଅଭିନେତ୍ରୀ କ୍ରିଟିକ୍  ପୁରସ୍କାର ପାଇଛନ୍ତି। ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ଜୋୟା ଅଖ୍ ତାର (ଗଲି ବଏ) ପୁରସ୍କୃତ ହୋଇଥିବା ବେଳେ ‘ଗଲି ବଏ’କୁ ଶ୍ରେଷ୍ଠ ଲୋକପ୍ରିୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି।

ବିଜୟ ମୌର୍ଯ୍ୟଙ୍କୁ ଶ୍ରେଷ୍ଠ ସଂଳାପ ପୁରସ୍କାର (ଗଲି ବଏ), ‘ଆର୍ଟିକଲ ୧୫’ ଶ୍ରେଷ୍ଠ ମୌଳିକ କାହାଣୀ, ରିମା କାଗ୍ ତି ଏବଂ ଜୋୟା ଅଖ୍ ତାରଙ୍କ ଶ୍ରେଷ୍ଠ ସ୍କ୍ରିନ୍  ପ୍ଲେ ପୁରସ୍କାର ପ୍ରଦାନ କରାଯାଇଛି। ସେହିଭଳି ସିଦ୍ଧାନ୍ତ ଚତୁର୍ବେଦୀ ଙ୍କୁ ଶ୍ରେଷ୍ଠ ପାର୍ଶ୍ବ ଅଭିନେତା (ଗଲି ବଏ) ଅମୃତା  ସୁଭାଷଙ୍କୁ ଶ୍ରେଷ୍ଠ ପାର୍ଶ୍ବ ଅଭିନେତ୍ରୀ ପୁରସ୍କାର ମିଳିଛି। ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ ପୁରସ୍କାର ଅରିଜିତ ସିଂହଙ୍କୁ ମିଳିଥିବା ବେଳେ ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକ ଭାବେ ଶିଳ୍ପା ରାଓଙ୍କୁ ପୁରସ୍କୃତ କରାଯାଇଛି।

   Related Posts