ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

Published By : Prameya-News7 Bureau | July 18, 2021 IST

ଭୁବନେଶ୍ୱର ୧୮।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":482284,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୫ଜଣ ରହିଛନ୍ତି । ବରଗଡ଼, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୪୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୨୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୭୯୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୦୫୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୦୬୬୦୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.