ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

Published By : Prameya-News7 Bureau | July 17, 2021 IST

ଭୁବନେଶ୍ୱର ୧୭।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":481889,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୫୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୪୯୯୨ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୯୮୮୫୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.