Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

କମୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬୭ ହଜାରରୁ ଅଧିକ ପଜିଟିଭ୍, ୨୩୩୦ ମୃତ

17/06/2021 at 9:17 AM

ନୂଆଦିଲ୍ଲୀ, ୧୭/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୩୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୭୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୩୩୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୩୧୩ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୧ ହଜାର ୯୦୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୪ ଲକ୍ଷ ୯୧ ହଜାର ୬୭୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮୨୬୭୪୦।

   Related Posts