ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ସର୍ବାଧିକ ୬୮ ଜଣଙ୍କ ଜୀବନ

Published By : Prameya-News7 Bureau | July 13, 2021 IST

ଭୁବନେଶ୍ୱର ୧୩।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":479694,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ ରହିଛନ୍ତି । ବରଗଡ଼, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୩୬୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୪୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୫୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୩୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୭୦୩୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.