Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

24/07/2021 at 8:31 AM

ଭୁବନେଶ୍ୱର ୨୩।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୫୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts