Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

28/07/2021 at 8:36 AM

ଭୁବନେଶ୍ୱର ୨୮।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣ ରହିଛନ୍ତି । ଅନୁଗୁଳ ଓ କଟକରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ , ବୌଦ୍ଧ ଓ ସମ୍ବଲପୁରରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକରୁ ୨ ଜଣ ରହିଥିବା ବେଳେ ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୦୩ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts