ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

Published By : Prameya-News7 Bureau | July 21, 2021 IST

ଭୁବନେଶ୍ୱର ୨୧।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୬ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୫ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":483601,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୯୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୫୦୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୨୪୧ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୨୭୮୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.