Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

22/02/2021 at 11:08 AM

ଭୁବନେଶ୍ବର ୨୨।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୧୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୧୮୯୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts