Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍, ୩୩୭୯୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

10/03/2021 at 12:20 PM

ଭୁବନେଶ୍ବର ୧୦।୦୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୯୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୨୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୫୩୫୬୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts